ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ; ସର୍ତ୍ତ ସହ ନିଷିଦ୍ଧାଞ୍ଚଳରେ ନିର୍ମାଣ କାର୍ଯ୍ୟକୁ ଅନୁମତି ଦେଲା ଏନଏମଏ

ଭୁବନେଶ୍ୱର ( ସତ୍ୟପାଠ ବ୍ୟୁରୋ ): ଶ୍ରୀମନ୍ଦିର ଐତିହ୍ୟ କରିଡରର ପ୍ରସ୍ତାବିତ ରିସେପସନ ସେଣ୍ଟରକୁ ଏନଓସି ଦେଇଛି ଜାତୀୟ ସ୍ମାରକୀ ପ୍ରାଧିକରଣ (ଏନଏମଏ) । ଏନଏମଏର ଏନଓସିରେ କିଛି ସର୍ତ୍ତ ସହ ନିଷିଦ୍ଧାଞ୍ଚଳରେ ନିର୍ମାଣ କାର୍ଯ୍ୟକୁ ଅନୁମତି ମିଳିଛି। ଏହି ଅଞ୍ଚଳରେ ମହିଳା ଓ ପୁରୁଷଙ୍କ ପାଇଁ ଶୌଚାଳୟ, କ୍ଲକ୍ ରୁମ, ମିନି କ୍ଲକ୍ ରୁମ, ସେଲଟର ପାଭିଲିଅନ, ସେବାୟତଙ୍କ ପାଇଁ ଶୌଚାଳୟ, ଇଲେକ୍ଟ୍ରିକାଲ ରୁମ ନିର୍ମାଣ କରାଯିବ ।ସେହିପରି ପଶ୍ଚିମ ଦ୍ୱାର ନିକଟରେ ସେବାୟତଙ୍କ ପାଇଁ ଅତିରିକ୍ତ ଶୌଚାଳୟ ଓ କ୍ଲକ୍ ରୁମ ଆଦି ନିର୍ମାଣ ପାଇଁ ମଧ୍ୟ ଏନଏମଏ ଅନୁମତି ଦେଇଛି । ରାଜ୍ୟ ସରକାରଙ୍କ ପ୍ରସ୍ତାବ ଅନୁସାରେ ଶହେ ମିଟର ବାହାରେ ରିସେପ୍ସନ ସେଣ୍ଟର ନିର୍ମାଣ କରିବା ପାଇଁ ଏନଏମଏ ଏନଓସିରେ ଉଲ୍ଲେଖ କରିଛି । ରିସେପ୍ସନ ସେଣ୍ଟର ଦୁଇ ମହଲା ବିଶିଷ୍ଟ ଓ ଏହାର ଉଚ୍ଚତା ୭.୫ମିଟର ମଧ୍ୟରେ ରହିବ ବୋଲି ସର୍ତ୍ତ ରହିଛି।

ମନ୍ଦିର କାର୍ଯ୍ୟାଳୟର ନିର୍ମାଣ ନେଇ ମଧ୍ୟ ଏନ୍ଓସି ପ୍ରଦାନ କରାଯାଇଛି । ଏହାର ଉଚ୍ଚତା ମଧ୍ୟ ୭.୫ ମିଟର ମଧ୍ୟରେ ରଖାଯିବାକୁ ଲେଖାଯାଇଛି । ଏଥିସହ ବଡ଼ ଛତା ମଠ ଓ ଛାଉଣୀ ମଠର ଉନ୍ନତିକରଣ କାର୍ଯ୍ୟ କରାଯିବ । ସେହିପରି ଇନ୍ଫର୍ମେସନ, ଡୋନେସନ ସେଲ, ଫାଷ୍ଟ ଏଡ୍ ସେଣ୍ଟର, ପୋଲିସ ସର୍ଭିସ ସେଣ୍ଟର ଓ ଏଟିଏମ୍ ନିର୍ମାଣ ଏହାର ସୁରକ୍ଷା ଓ ରକ୍ଷଣାବେକ୍ଷଣକୁ ଦୃଷ୍ଟିରେ ରଖି ରେଗୁଲେଟେଡ୍ ଅଞ୍ଚଳରେ କରାଯିବ ବୋଲି ଏନଓସି ରେ ଦର୍ଶାଯାଇଛି।

Related Posts