ଯାଜପୁର ବଡ଼ଚଣା ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ଭୟଂକର ଦୁର୍ଘଟଣା: ୩ ମୃତ, ୨ ଗୁରୁତର

ଚଣ୍ଡିଖୋଲ : ଯାଜପୁର ଜିଲ୍ଲା ବଡ଼ଚଣା ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ଘଟିଛି ଏହି ମର୍ମନ୍ତୁଦ ଦୁର୍ଘଟଣା । ଆମ୍ବୁଲାନ୍ସ ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ, ୨ ଜଣ ଗୁରୁତର ହୋଇଛନ୍ତି । ତେବେ ଏବେ ସୁଦ୍ଧା ମୃତକଙ୍କ ପରିଚୟ ମିଳିନଥିବା ବେଳେ ଘଟଣାସ୍ଥଳରେ ବଡ଼ଚଣା ପୋଲିସ ପହଁଚି ଘଟଣା ର ଅଧିକ ତଦନ୍ତ ଚଳାଇଛି।

ଖବର ଅନୁଯାୟୀ, ବିଳମ୍ବିତ ରାତିରେ ଜାତୀୟ ରାଜପଥରେ କଡ଼ରେ ଛିଡ଼ା ହୋଇଥିବା ଏକ ଟ୍ରକକୁ ଧକ୍କା ଦେଇଥିଲା ଆମ୍ବୁଲାନ୍ସ। ଚଣ୍ଡିଖୋଲ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି କଟର ମେସିନ ସହ ଆମ୍ବୁଲାନ୍ସଙ୍କୁ ଟ୍ରକ ପଛପଟୁ ବାହାର କରିଥିଲେ। ଆମ୍ବୁଲାନ୍ସରେ ଥିବା ୪ ଜଣକ ମଧ୍ୟରୁ ତିନି ଜଣଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ଜଣଙ୍କ ଅବସ୍ଥା ଗୁରୁତର ହୋଇଛି ।

ଗୁରୁତରଙ୍କୁ ପ୍ରଥମେ ବଡ଼ଚଣା ଏବଂ ପରେ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ଆମ୍ବୁଲାନ୍ସରେ ଜଣେ ମହିଳା ରୋଗୀଙ୍କ ସହ ଆମ୍ବୁଲାନ୍ସ ଡ୍ରାଇଭର, ସହକର୍ମୀଙ୍କ ମୃତ୍ୟୁ ଘଟିଥିବା ବେଳେ ରୋଗୀଙ୍କ ସମ୍ପର୍କୀୟ ଗୁରୁତର ଅବସ୍ଥାରେ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର ହୋଇଛନ୍ତି ।

Related Posts