ସ୍ୱର୍ଣ୍ଣ ଜିତିଥିବା ହକି ଟିମର ପ୍ରତି ଖେଳାଳିଙ୍କୁ ୫ ଲକ୍ଷ ଟଙ୍କା ଲେଖାଏଁ ଦେବାକୁ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ସତ୍ୟପାଠ ବ୍ୟୁରୋ): ଏସୀୟ କ୍ରୀଡ଼ାରେ ସ୍ୱର୍ଣ୍ଣ ଜିତିଥିବା ଭାରତୀୟ ହକି ଟିମ୍‌ ପାଇଁ ପୁରସ୍କାର ଘୋଷଣା । ପୁରସ୍କାର ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରତି ଖେଳାଳିଙ୍କୁ ୫ ଲକ୍ଷ ଟଙ୍କା ଲେଖାଏଁ ଦେବାକୁ ଘୋଷଣା । ସବୁ ସପୋର୍ଟ ଷ୍ଟାଫ୍‌ଙ୍କୁ ମଧ୍ୟ ୫ ଲକ୍ଷ ଲେଖାଏଁ ପ୍ରଦାନ କରାଯିବ । ଚାରିଆଡୁ ହକି ଟିମକୁ ଶୁଭେଚ୍ଛା ମିଳୁଛି ।

ପଦକ ବିତରଣ ପରେ ମୁଖ୍ୟମନ୍ତ୍ରୀ ନିଜେ ଟିମ ଇଣ୍ଡିଆର ସଦସ୍ୟଙ୍କ ସହ ଭିଡିଓ କଲ କରି କଥା ହୋଇଥିଲେ ।ଏହି ଅବସରରେ ଭାରତୀୟ ହକି ଟିମକୁ ଅଭିନନ୍ଦନ ଜଣାଇବା ସହ ଉତ୍ସାହିତ କରିଥିଲେ । ସେହିପରି କ୍ରୀଡ଼ା ସଚିବ ଭିନୀଲ କ୍ରୀଷ୍ଣା ମଧ୍ୟ ବିଜୟୀ ଦଳକୁ ଶୁଭେଚ୍ଛା ଜଣାଇଛନ୍ତି ।ଏହି ବିଜୟ ଆମ ସମସ୍ତଙ୍କ ମନରେ ଅବିସ୍ମରଣୀୟ ହୋଇ ରହିବ । ପ୍ୟାରିସ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ହାସଲ କରିଥିବାରୁ ମଧ୍ୟ ମୁଖ୍ୟମନ୍ତ୍ରୀ ଦଳକୁ ଶୁଭେଚ୍ଛା ଜଣାଇଛନ୍ତି ।

Related Posts