କେନ୍ଦ୍ରାପଡ଼ାର ବରିଷ୍ଠ ବିଜେପି ନେତା ବିଜୟ ପ୍ରଧାନଙ୍କ ପରଲୋକ

କେନ୍ଦ୍ରାପଡ଼ା: ଆଉ ନାହାନ୍ତି କେନ୍ଦ୍ରାପଡ଼ାର ବରିଷ୍ଠ ବିଜେପି ନେତା ବିଜୟ ପ୍ରଧାନ । ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି | ଭୁବନେଶ୍ୱରସ୍ଥିତ କ୍ୟାପିଟାଲ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି | ମୃତ୍ୟୁ ବେଳକୁ ତାଙ୍କୁ ୭୦ ବର୍ଷ ବୟସ ହୋଇଥିଲା |

ହୃଦଘାତରେ ଆକ୍ରାନ୍ତ ହୋଇଥିବା ବିଜୟ ପ୍ରଧାନଙ୍କୁ ପରିବାର ଲୋକେ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରିଥିବା ବେଳେ ସେଠାରେ ତାଙ୍କ ଚିକିତ୍ସା ଚାଲିଥିଲା। ମାତ୍ର ଡାକ୍ତରଙ୍କ ଅକ୍ଳାନ୍ତ ଚେଷ୍ଟା ସତ୍ତ୍ୱେ ବିଜୟ ପ୍ରଧାନଙ୍କ ମୃତ୍ୟୁ ହୋଇଥିବା ପରିବାର ସୂତ୍ରରୁ ଜଣାଯାଇଛି। ମହାକାଳପଡ଼ାରୁ ବିଜେପିର ବିଧାୟକ ପ୍ରାର୍ଥୀ ଥିଲେ ବିଜୟ ପ୍ରଧାନ ।

ବିଜୟଙ୍କ ବିୟୋଗ ଖବର ପ୍ରଚାରିତ ହେବା ପରେ ଶୋକ ପ୍ରକାଶ କରିଛନ୍ତି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା । ଏହି ଖବର ତାଙ୍କୁ ଅତ୍ୟନ୍ତ ଦୁଃଖିତ କରିବା ସହ ସେ ଗଭୀର ଭାବେ ମର୍ମାହତ ବୋଲି ନିଜ ଶୋକବାର୍ତ୍ତାରେ ଜଣାଇଛନ୍ତି। ଏଥିସହ ଦିବଙ୍ଗତ ଅତ୍ମାର ସଦ୍‌ଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି।

Related Posts