ବଦଳିଲେ ଭଦ୍ରକ ଓ ଢେଙ୍କାନାଳ ଜିଲ୍ଲାପାଳ

(ସତ୍ୟପାଠ ବ୍ୟୁରୋ) ଭୁବନେଶ୍ବର : ଆଇଏଏସ୍ ଓ ଓଏଏସ୍ ସ୍ତରରେ ଆଜି ଏକ ଛୋଟ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । ଭଦ୍ରକ ଜିଲ୍ଲାପାଳ ଜ୍ଞାନରଞ୍ଜନ ଦାସଙ୍କୁ ପଞ୍ଚାୟତିରାଜ ଓ ପାନୀୟଜଳ ନିର୍ଦ୍ଦେଶକ ଭାବେ ବଦଳି କରିଛନ୍ତି ରାଜ୍ୟ ସରକାର । ଢେଙ୍କାନାଳ ଜିଲ୍ଲାପାଳ ଥିବା ଭୂମେଶ ଚନ୍ଦ୍ର ବେହେରାଙ୍କୁ ଆୟୁଷ ବିଭାଗ ନିର୍ଦ୍ଦେଶକ ଭାବେ ନିଯୁକ୍ତି ମିଳିଛି ଅନ୍ୟପକ୍ଷରେ ସରୋଜ କୁମାର ସେଠୀଙ୍କୁ ଢେଙ୍କାନାଳ ଜିଲ୍ଲାପାଳ ଭାବେ ନିଯୁକ୍ତି ଦିଆଯାଇଛି ।

ସେହିଭଳି ପଞ୍ଚାୟତିରାଜ ଓ ପାନୀୟଜଳ ନିର୍ଦ୍ଦେଶକ ଥିବା ଉମାକାନ୍ତ ତ୍ରିପାଠୀଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗର ଅତିରିକ୍ତ ସଚିବ ଦାୟିତ୍ୱ ଦେଇଛନ୍ତି ରାଜ୍ୟ ସରକାର। ଆୟୁଷ ବିଭାଗ ନିର୍ଦ୍ଦେଶକ ଭାବେ ବର୍ତ୍ତମାନ କାର୍ଯ୍ୟ କରୁଥିବା ତ୍ରିଲୋଚନ ମାଝିଙ୍କୁ ଭଦ୍ରକ ଜିଲ୍ଲାପାଳ ଭାବେ ବଦଳି କରାଯାଇଛି। 

ସେହିପରି ଢେଙ୍କାନାଳ ଜିଲ୍ଲାପାଳ ଭୂମେଶ ଚନ୍ଦ୍ର ବେହେରାଙ୍କୁ ଆୟୁଷ ନିର୍ଦ୍ଦେଶକ ଭାବେ ବଦଳି କରାଯାଇଛି। ଏବଂ ଓଡିଶା ମଦ ନିଗମର ପରିଚାଳନା ନିର୍ଦ୍ଦେଶକ ସରୋଜ କୁମାର ସେଠୀଙ୍କୁ ଢେଙ୍କାନାଳ ଜିଲ୍ଲାପାଳ ଦାୟିତ୍ୱ ଦେଇଛନ୍ତି ରାଜ୍ୟ ସରକାର। 

Related Posts