ରାଜ୍ୟରେ ପୁଣି ହଜାରେ ଡେଇଁଲା ସଂକ୍ରମିତଙ୍କ ସଂଖ୍ୟା, ୨୪ ଘଣ୍ଟାରେ ୧୮ ବର୍ଷରୁ କମ୍ ୧୨୮ ଆକ୍ରାନ୍ତ ଚିହ୍ନଟ, ୬୮ ମୃତ

(ସତ୍ୟପାଠ ବ୍ୟୁରୋ) ଭୁବନେଶ୍ବର : ରାଜ୍ୟରେ ଦୈନିକ କୋଭିଡ୍ ସଂକ୍ରମିତଙ୍କ ସଂଖ୍ୟା ପୁଣି ହଜାରେ ପାର କରିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୦୪୧ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସେଥି ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୧୨୮ ଆକ୍ରାନ୍ତ ଅଛନ୍ତି। ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୬୦୫ ଏବଂ ୪୩୬ ଲୋକାଲ କେସ୍ ରହିଛି । ତେବେ ମୋଟ କୋଭିଡ୍ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୯୮ ହଜାର ୧୮୭କୁ ବୃଦ୍ଧି ପାଇଛି। ଗତ ୨୪ ଘଣ୍ଟାରେ ୬୬,୨୮୧ କୋଭିଡ୍ ଟେଷ୍ଟ କରାଯାଇଥିବା ବେଳେ ପଜିଟିଭିଟି ରେଟ୍ ୧.୫୭% ରହିଛି। ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସେହିପରି ରାଜ୍ୟରେ ଆଉ ୬୮ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ରାଜ୍ୟରେ କରୋନାଜନିତ ମୃତ୍ୟୁସଂଖ୍ୟା ୭,୧୫୪କୁ ବୃଦ୍ଧି ପାଇଛି।

ଚିହ୍ନଟ ହୋଇଥିବା ୧୦୪୧ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳରୁ ୨୯, ବାଲେଶ୍ୱରରୁ ୨୨, ବରଗଡ଼ରୁ ୭, ଭଦ୍ରକରୁ ୧୫, ବଲାଙ୍ଗିରରୁ ୨, ବୌଦ୍ଧରୁ ୧, କଟକରୁ ୧୭୬, ଦେବଗଡ଼ରୁ ୭, ଢେଙ୍କାନାଳରୁ ୧୫, ଗଜପତିରୁ ୧, ଗଂଜାମରୁ ୫, ଜଗତସିଂହପୁରରୁ ୪୩, ଯାଜପୁରରୁ ୫୬, ଝାରସୁଗୁଡ଼ାରୁ ୧, କଳାହାଣ୍ଡିରୁ ୪, କନ୍ଧମାଳରୁ ୨, କେନ୍ଦ୍ରାପଡ଼ାରୁ ୩୭, କେନ୍ଦୁଝରରୁ ୧୨, ଖୋର୍ଦ୍ଧାରୁ ୩୯୮, କୋରାପୁଟ- ୨, ମାଲକାନଗିରି- ୩, ମୟୂରଭଞ୍ଜ- ୩୬, ନବରଙ୍ଗପୁର- ୩, ନୟାଗଡ଼- ୧୩, ନୂଅାପଡ଼ା- ୧, ପୁରୀ- ୩୪, ରାୟଗଡ଼ା- ୫ ଚିହ୍ନଟ ହୋଇଛନ୍ତି। 

ମୃତକଙ୍କ ମଧ୍ୟରେ କଟକ ଜିଲ୍ଲାରୁ ୧୮ଜଣ, ଜଗତସିଂହପୁର ଜିଲ୍ଲାରୁ ୧୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୭ଜଣ, ଢେଙ୍କାନାଳ ଜିଲ୍ଲାରୁ ୬ଜଣ ରହିଛନ୍ତି । ଭଦ୍ରକ ଓ ମୟୁରଭଞ୍ଜ ଜିଲ୍ଲାରୁ ୫ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ ଜିଲ୍ଲାରୁ ୪ଜଣ ରହିଛନ୍ତି । ବାଲେଶ୍ୱର, ଯାଜପୁର, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ଗଞ୍ଜାମ ୨ଜଣ ରହିଛନ୍ତି । ନୟାଗଡ଼, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ମୋଟ୍ ୯୯୮୧୮୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୯୬୬୪ଟି ଆକ୍ଟିଭ୍‌ କେସ୍‌ ରହିଛି ଏବଂ ୯୮୧୩୧୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୭୨୭୪୫୨୯ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Related Posts