ଆଜି ଦେଶ ପାଳନ କରୁଛି ୭୬ତମ ସ୍ୱାଧୀନତା ଦିବସ; ଲାଲକିଲ୍ଲାରେ ଜାତୀୟ ପତାକା ଉତ୍ତୋଳନ କରି ଦେଶକୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର ( ସତ୍ୟପାଠ ବ୍ୟୁରୋ ): ଆଜି ଦେଶ ପାଳନ କରୁଛି ୭୬ତମ ସ୍ୱାଧୀନତା ଦିବସ । ଇଂରେଜଙ୍କ ଶାସନ ଅଧୀନରେ ପ୍ରାୟ ୨୦୦ ବର୍ଷ ରହିବା ପରେ ୧୯୪୭ ମସିହା ଆଜିର ଦିନରେ ଦେଶ ସ୍ୱାଧୀନ ହୋଇଥିଲା । ଦେଶକୁ ସ୍ୱାଧୀନ କରିବାକୁ ଦେଶ ବାସୀଙ୍କୁ ଅନେକ ସଂଘର୍ଷ କରିବାକୁ ପଡିଛି, ଅନେକ ସଂଗ୍ରାମ ହୋଇଛି, ଆଉ ଅନେକ ସ୍ୱାଧୀନତା ସଂଗ୍ରାମୀ ମଧ୍ୟ ସହିଦ ହୋଇଛନ୍ତି ।ସ୍ୱାଧୀନତା ସଂଗ୍ରାମୀଙ୍କ ସାହସିକତା ଓ ବଳିଦାନ ପାଇଁ ଇଂରେଜମାନେ ଦେଶ ଛାଡ଼ି ଚାଲିଯିବାକୁ ବାଧ୍ୟ ହୋଇଥିଲେ । ଇତି ମଧ୍ୟରେ ଦେଶକୁ ସ୍ଵାଧୀନ ହେବାର ୭୫ ବର୍ଷ ପୂର୍ତ୍ତି ହୋଇଛି। ଆଉ ଆଜି ସେହି ସଂଗ୍ରାମୀଙ୍କ ବଳିଦାନକୁ ମନେପକାଉଛି ଦେଶ।

ସ୍ୱାଧୀନତା ଦିବସ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ । ସ୍ୱାଧୀନତା ଦିବସ ଉପଲକ୍ଷେ ସାରା ଦେଶରେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି । ଦିଲ୍ଲୀର ଲାଲକିଲ୍ଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜାତୀୟ ପତାକା ଉତ୍ତୋଳନ କରିବା ସହ ଉପସ୍ଥିତ ଜନତାଙ୍କୁ ସମ୍ବୋଧନ କରିବେ । ଏହି କାର୍ଯ୍ୟକ୍ରମରେ ଦେଶର ବହୁ ମାନ୍ୟଗନ୍ୟ ବ୍ୟକ୍ତି ମଧ୍ୟ ସାମିଲ ହେବେ । ଏଥିପାଇଁ ଦିଲ୍ଲୀରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ।

ଛୋଟ ଛୋଟ ଡ୍ରୋନ୍ ସାହାଯ୍ୟରେ ଆକ୍ରମଣ ଆଶଙ୍କା ଥିବାରୁ ଏହାର ମୁକାବିଲା କରିବାକୁ ଡିଆରଡିଓ ପକ୍ଷରୁ ବିକଶିତ କାଉଂଟର ଡ୍ରୋନ ସିଷ୍ଟମକୁ ଲାଲକିଲ୍ଲା ନିକଟରେ ମୁତୟନ କରାଯାଇଛି । ଏହାସହ ଲାଲକିଲ୍ଲାର ପ୍ରବେଶ ପଥରେ କ୍ୟାମେରା ଲଗାଯିବା ସହ ବହୁ ସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ସେହିପରି ପ୍ରାୟ ୧୦ ହଜାର ପୁଲିସ୍ ଲାଲକିଲ୍ଲାରେ ମଧ୍ୟ ମୁତୟନ ରହିବେ ।

Related Posts