
ପାଟଣା: କେନ୍ଦୁଝର ଜିଲ୍ଲା ପାଟଣାରେ ଘଟିଛି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁଇ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି । ଯାହାଫଳରେ କି ଏହି ଦୁର୍ଘଟଣାରେ ୩ଜଣଙ୍କ ମୃତ୍ୟୁ ଘଟିଛି । ଏଥିସହ ଜଣେ ଗୁରୁତର ହୋଇଛନ୍ତି । ଗୁରୁତର ଙ୍କୁ ସ୍ଥାନୀୟ ଲୋକଙ୍କ ସହାୟତାରେ ଉଦ୍ଧାର କରାଯାଇ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ସେଠାରେ ସେମାନଙ୍କ ଚିକିତ୍ସା ଜାରି ରହିଛି ।
ଖବର ଅନୁଯାୟୀ, ସୋମବାର ବିଳମ୍ବିତ ରାତିରେ ଏନ୍,ଏଚ୍ – ୨୨୦ ଡିଆନାଳି ନିକଟରେ ଦୁଇ ବାଇକ୍ ମୁହାଁମୁହିଁ ଧକ୍କା ହୋଇଛି । ଏଥିରେ ୩ ଜଣଙ୍କ ଜୀବନ ଚାଲି ଯାଇଛି । ମୃତକ ମାନେ ହେଲେ ତ୍ରିଲୋଚନ ମହାନ୍ତ,ରମାକାନ୍ତ ନାଏକ ଓ ସୁନିଲ ଦାସ । ଗୁରୁତର ଅବସ୍ଥାରେ କମଳାକାନ୍ତ ମହାନ୍ତଙ୍କୁ କଟକ ସ୍ଥାନାନ୍ତର କରାଯାଇଛି ।
ଏନେଇ ପୋଲିସ କୁ ଖବର ଦେବା ପରେ ପୋଲିସ ଘଟଣସ୍ଥଳରେ ପହଞ୍ଚି ମୃତ ଦେହ କୁ ଜବତ କରିବା ସହ ଆହତଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ପଠାଇଛି ।